ରାଜ୍ୟ

ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା: ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୮ ମନ୍ତ୍ରୀ, ୪ ସାଂସଦ ଓ ୪ ଅଭିନେତା ଥିବା ଜଣାଯାଇଛି। ଏହାଛଡ଼ା କେତେକ ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ନେତାଙ୍କୁ ବି ଏଥିରେ ସ୍ଥାନ ଦିଆଯାଇଛି। ଏମାନେ ଦଳୀୟ ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ପ୍ରଚାର କରିବେ।

ବିଜେଡି ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ଥିବା ପ୍ରମୁଖ ବ୍ୟକ୍ତିଙ୍କ ଭିତରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ଅଶୋକ ଚନ୍ଦ୍ର ପଣ୍ଡା, ପ୍ରୀତିରଞ୍ଜନ ଘଡ଼ାଇ, ଅଶ୍ୱିନୀ ପାତ୍ର ଓ ରାଜେନ୍ଦ୍ର ଢ଼ୋଲକିଆଙ୍କ ନାଆଁ ରହିଛି। ଯେଉଁ ୪ ସାଂସଦଙ୍କୁ ଏଥିରେ ସାମିଲ କରାଯାଇଛି, ସେମାନେ ହେଲେ ମୁନ୍ନା ଖାଁ, ସୁଲତା ଦେଓ, ଶର୍ମିଷ୍ଠା ସେଠୀ ଓ ମଞ୍ଜୁଲତା ମଣ୍ଡଳ।
ଏଣେ ବିଜେଡିର ଛାତ୍ର ସଂଗଠନ ସଭାପତି ଦେବୀରଞ୍ଜନ ତ୍ରିପାଠୀ, ଯୁବ ମୋର୍ଚ୍ଚାର, ସଭାପତି ବ୍ୟୋମକେଶ ରାୟ ଓ ଓ ମହିଳା ମୋର୍ଚ୍ଚା ସ୍ନେହାଙ୍ଗିନୀ ଛୁରିଆଙ୍କ ନାଁ ରହିଛି । ସେହିପରି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ପ୍ରଫୁଲ୍ଲ ସାମଲ, ଶ୍ରୀମୟୀ ମିଶ୍ର, ଆକାଶ ଦାସ ନାୟକ, ସତ୍ୟବ୍ରତ ତ୍ରିପାଠୀ, ଏଲିନା ଦାସ ଓ ଅରିନ୍ଦମ ରାୟଙ୍କ ସମେତ ମୋଟ ୪୦ଜଣଙ୍କୁ ସାମିଲ କରାଯାଇଛି ।

ତେବେ ବିଜେଡି ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀରରଞ୍ଜନ ଦାଶ, ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ବାଦ୍ ଦିଆଯାଇଥିବା କଥା ଚର୍ଚ୍ଚାର ବିଷୟ ହୋଇଛି।

Leave a Reply

Your email address will not be published. Required fields are marked *